Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୩୩୮୫ କରୋନା ଆକ୍ରାନ୍ତ , କଟକରୁ ସର୍ବାଧିକ ୪୦୮ ଡିସଚାର୍ଜ୍

28/06/2021 at 7:15 PM

ଭୁବନେଶ୍ବର୨୮/ ୦୬ : ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୮୫ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୭୦ ହଜାର ୭୮୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୪୦୮ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୩୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୩୭୮୯ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୯୬ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୪୨୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୩୨୪୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୭୦ ହଜାର ୭୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୬୨୦୫୨୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts