Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ରାଜ୍ୟରେ କରୋନା ନେଲା ଆଉ ୩୪ ଜଣଙ୍କ ଜୀବନ, ୨୬୧୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

27/05/2021 at 9:02 AM

ଭୁବନେଶ୍ବର ୨୭।୫: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତକଙ୍କ ସଂଖ୍ୟା ବଢିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୭୩୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୩୨୭୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୬୪୪୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୨୩୬୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନାରେ ମୋଟ୍ ମୃତକଙ୍କ ସଂଖ୍ୟା ୨୬୧୮ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ରହିଛି । ଏବେ ସୁଦ୍ଧା ରାଜ୍ୟରେ ୧୧୫୫୨୯୮୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts