Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୩୪୫୭ କରୋନା ଆକ୍ରାନ୍ତ , କଟକରୁ ସର୍ବାଧିକ ୫୧୭ ଡିସଚାର୍ଜ

1/07/2021 at 8:21 PM

ଭୁବନେଶ୍ବର ୦୧/ ୦୭ : ରାଜ୍ୟରେ ସୁସ୍ଥ ହେଲେ ଆଉ ୩୪୫୭ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୮୦ ହଜାର ୯୯୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୫୧୭ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୦୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧୨୮୮୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୭୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୩୧୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୩୧୨୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ଜଣ ୮ ଲକ୍ଷ ୮୦ ହଜାର ୯୯୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୮୩୩୮୭୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts