Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ରାଜ୍ୟରେ କରୋନା ନେଲା ଆଉ ୩୫ ଜଣଙ୍କ ଜୀବନ, ୨୭୫୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

31/05/2021 at 8:49 AM

ଭୁବନେଶ୍ବର ୩୧।୫: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ ବଢିବାରେ ଲାଗିଛି । ସେହିଭଳି କରୋନାଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୮୩୧୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ରହିଥିବା ବେଳେ କଟକ, କଳାହାଣ୍ଡି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା , ନବରଙ୍ଗପୁର , ସୋନପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଦେବଗଡ଼ , ଗଜପତି, ଗଞ୍ଜାମ, ଝାରସୁଗୁଡ଼ା, ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୬୪୯୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୧୬୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୭୦୫୨୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୫୪କୁ ବୃଦ୍ଧି ପାଇଥିବା ବେଳେ ୫୩ଜଣଙ୍କର ଅଣ କୋଭିଡ଼ ଯୋଗୁଁ ମୃତ୍ୟୁ ହୋଇଛି ।  ଏବେ ସୁଦ୍ଧା ରାଜ୍ୟରେ ୧୧୭୭୩୦୭୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts