ରାଜ୍ୟରେ ସୁସ୍ଥ ହେଲେ ୩୬ କରୋନା ସଂକ୍ରମିତ, ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ

Published By : Prameya-News7 Bureau | May 20, 2020 IST

ଭୁବନେଶ୍ବର ୨୦।୫: ରାଜ୍ୟ ପାଇଁ ଖୁସି ଖବର । ଆଉ ୩୬ ଜଣ କରୋନା ପଜିଟିଭ୍ ସୁସ୍ଥ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ୍ ୩୪୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

{"id":273024,"sizeSlug":"large"}

ସୁସ୍ଥ ହୋଇଥିବା ୩୬ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୩ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୨ ଜଣ, ଭଦ୍ରକ ଜିଲ୍ଲାରୁ ୨ ଜଣ ଏବଂ ସୁନ୍ଦରଗଡ ଜିଲ୍ଲାର ରାଉରକେଲାରୁ ଜଣେ ରହିଛନ୍ତି । ସମସ୍ତେ ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି ।

wp:html https://twitter.com/HFWOdisha/status/1263037987832487937?s=19 /wp:html

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୩୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.