ଜୁନ୍‌ ପହିଲାରୁ ରେକର୍ଡ : ରାଜ୍ୟରେ କରୋନା ନେଲା ସର୍ବାଧିକ ୩୭ ଜଣଙ୍କ ଜୀବନ, ୨୭୯୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

Published By : Prameya-News7 Bureau | June 01, 2021 IST

ଭୁବନେଶ୍ବର ୦୧।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୮୭୩୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ ରହିଥିବା ବେଳେ କଟକ, କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିଭଳି ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, ନୂଆପଡ଼ା , ରାୟଗଡ଼ା, ସୋନପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀର, ଗଜପତି, ଗଞ୍ଜାମ, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

{"id":459686,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୭୩୭୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୯୯୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୮୦୯୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଥିବା ବେଳେ ୫୩ଜଣଙ୍କର ଅଣ କୋଭିଡ଼ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୧୮୩୫୩୬୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.