ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୮୯ କରୋନା ଆକ୍ରାନ୍ତ, ଚିନ୍ତା ବଢାଉଛି ସଂକ୍ରମଣ ବୃଦ୍ଧି

Published By : Prameya-News7 Bureau | April 27, 2021 IST

ଭୁବନେଶ୍ବର ୨୭/୦୪ : ରାଜ୍ୟରେ ମଙ୍ଗଳବାର ସୁସ୍ଥ ହୋଇଛନ୍ତି ଆଉ ୪୦୮୯ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ଏଯାଏଁ ମୋଟ ୩ ଲକ୍ଷ ୭୧ ହଜାର ୨୦୦ ଜଣ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍‌ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଖୋର୍ଦ୍ଧାରୁ ସର୍ବାଧିକ ୭୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

wp:embed {"url":"https://twitter.com/HFWOdisha/status/1387016563010596869","type":"rich","providerNameSlug":"twitter","responsive":true,"className":""}
https://twitter.com/HFWOdisha/status/1387016563010596869
/wp:embed wp:embed {"url":"https://twitter.com/HFWOdisha/status/1387016566844256259","type":"rich","providerNameSlug":"twitter","responsive":true,"className":""}
https://twitter.com/HFWOdisha/status/1387016566844256259
/wp:embed

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨୦୧୨୯ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୨୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୫୫୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏଥି ମଧ୍ୟରୁ ୫୦୯୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୧୨୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୯୫୪୭୩୯ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.