Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଭଲ ଖବର : ରାଜ୍ୟରେ ୪୩ କରୋନା ସଂକ୍ରମିତ ହେଲେ ସୁସ୍ଥ, ଅନୁଗୋଳ ଜିଲ୍ଲାରୁ ସର୍ବାଧିକ

22/05/2020 at 2:01 PM

ଭୁବନେଶ୍ବର ୨୨।୫: ରାଜ୍ୟ ପାଇଁ ଖୁସି ଖବର । ଆଉ ୪୩ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ୍ ୪୩୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ସୁସ୍ଥ ହୋଇଥିବା ୪୩ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୫ ଜଣ, ଗଞ୍ଜାମ ଜିଲ୍ଲାରୁ ୮ ଜଣ, ସୁନ୍ଦରଗଡ ଜିଲ୍ଲା ରାଉରକେଲାରୁ ୮ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ ଏବଂ ବୌଦ୍ଧ ଜିଲ୍ଲାରୁ ଜଣେ ରହିଛନ୍ତି । ସମସ୍ତେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଶୁକ୍ରବାର ଚିହ୍ନଟ ହୋଇଥିଲେ ୮୬ ସଂକ୍ରମିତ ଚିହ୍ନଟ ହୋଇଥିଲେ । ସେମାନଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ସର୍ବାଧିକ ୪୬ ଜଣ, କଟକ ଜିଲ୍ଲାରୁ ୧୧ ଜଣ, ନୟାଗଡ ଜିଲ୍ଲାରୁ ୬ ଜଣ, ଗଞ୍ଜାମ ଜିଲ୍ଲାରୁ ୫ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ରହିଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୮୦ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ କଣ୍ଟେନମେଣ୍ଟ ଜୋନ୍‌ରୁ ଜଣେ ରହିଛନ୍ତି । ସେହିପରି ୫ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୪୩୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts