ରବିବାର ରାଜ୍ୟରେ ସୁସ୍ଥହେଲେ ରେକର୍ଡ ୪୪୫୨ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ହଜାରେରୁ ଉର୍ଦ୍ଧ୍ବ ଡିସଚାର୍ଜ

Published By : Prameya-News7 Bureau | January 16, 2022 IST

ଭୁବନେଶ୍ବର ୧୬/୦୧ : ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ୍‌ ସଂକ୍ରମଣ ୧୦ ହଜାର ପାର୍ କରିଥିବା ବେଳେ ପରେ ସୁସ୍ଥ ହାର ମଧ୍ୟ ବୃଦ୍ଧିପାଇଛି। ରବିବାର ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୪୪୫୨ ଜଣ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୫୫ ହଜାର ୬୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୦୦୩ ଜଣ ରହିଥିବା ବେଳେ ସୁନ୍ଦରଗଡରୁ ୮୬୮ ଜଣ ସୁସ୍ଥ ହୋଇଛନ୍ତି । ସେହିଭଳି କଟକରୁ ୩୮୬ ଜଣ, ସମ୍ବଲପୁରରୁ ୬୪୪ ଜଣ, ଝାରସୁଗୁଡାରୁ ୩୨୬ ଜଣ, ମୟୁରଭଞ୍ଜରୁ ୧୬୨ ଜଣ, ବାଲେଶ୍ବରରୁ ୧୦୦ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ଜିଲ୍ଲାଗୁଡିକରେ ସୁସ୍ଥ ହାର ଶହେ ତଳେ ରହିଛି ।

wp:embed {"url":"https://twitter.com/HFWOdisha/status/1482698965917515776","type":"rich","providerNameSlug":"twitter","responsive":true}
https://twitter.com/HFWOdisha/status/1482698965917515776
/wp:embed wp:embed {"url":"https://twitter.com/HFWOdisha/status/1482698970409607169","type":"rich","providerNameSlug":"twitter","responsive":true}
https://twitter.com/HFWOdisha/status/1482698970409607169
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.