ରାଜ୍ୟରେ କରୋନା ସ୍ଥିତି ସଙ୍ଗୀନ : ଆଉ ୫ ଆକ୍ରାନ୍ତଙ୍କ ମୃତ୍ୟୁ, ୩୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

Published By : Prameya-News7 Bureau | July 04, 2020 IST

ଭୁବନେଶ୍ବର ୪।୭: ରାଜ୍ୟରେ ସଙ୍ଗୀନ ହେଉଛି କରୋନା ସ୍ଥିତି । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ଦିନକୁ ଦିନ ବଢି ବଢି ଚାଲିଛି । ୨୪ ଘଣ୍ଟା ମଧ୍ୟରେ କରୋନା ନେଲା ଆଉ ୫ ଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୩୪ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି ।

wp:html /wp:html

ତେବେ ୫ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଥିବାବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ରହିଛନ୍ତି । ଫଳରେ ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୨୦କୁ ବୃଦ୍ଧି ପାଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ୭କୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରେ ୪, ପୁରୀ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ, ଅନୁଗୋଳ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି ।

ଖୋର୍ଦ୍ଧା ଜିଲ୍ଲାର ଦୁଇ ମୃତକ ଭୁବନେଶ୍ବରର ବୋଲି ଜଣାପଡିଛି । ୫୧ ବର୍ଷ ବୟସ୍କ ପୁରୁଷ ଜଣଙ୍କ ପ୍ଲୁରାଲ୍ ଯକ୍ଷ୍ମା ରୋଗରେ ପୀଡିତ ଥିଲେ । ସେହିଭଳି ୬୪ ବର୍ଷ ବୟସ୍କ ଅନ୍ୟ ଜଣେ ପୁରୁଷ ମଧୁମେହ ରୋଗରେ ପୀଡିତ ଥିଲେ । ସେହିପରି ଗଞ୍ଜାମ ଜିଲ୍ଲାର ୫୦ ବର୍ଷ ବୟସ୍କ ପୁରୁଷ ଜଣଙ୍କ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଜିଲ୍ଲାର ଅନ୍ୟ ଦୁଇ ମୃତକ ୨୭ ବର୍ଷ ଏବଂ ୩୫ ବର୍ଷ ବୟସ୍କ ପୁରୁଷ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୬୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୭୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୪ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୯ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.