ଭଲ ଖବର : ରାଜ୍ୟରେ ୫୦ କରୋନା ସଂକ୍ରମିତ ହେଲେ ସୁସ୍ଥ, ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ

Published By : Prameya-News7 Bureau | May 21, 2020 IST

ଭୁବନେଶ୍ବର ୨୧।୫: ରାଜ୍ୟ ପାଇଁ ଖୁସି ଖବର । ଆଉ ୫୦ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ୍ ୩୯୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ସୁସ୍ଥ ହୋଇଥିବା ୫୦ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୨ ଜଣ, ବାଲେଶ୍ବର ଜିଲ୍ଲାରୁ ୧୫ ଜଣ, ଭଦ୍ରକ ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ, ବୌଦ୍ଧ ଜିଲ୍ଲାରୁ ୩ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଏବଂ ସୁନ୍ଦରଗଡ ଜିଲ୍ଲାର ରାଉରକେଲାରୁ ଜଣେ ରହିଛନ୍ତି । ସମସ୍ତେ ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି ।

wp:html /wp:html

ଗୁରୁବାର ରାଜ୍ୟରେ ୫୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଚିହ୍ନଟ ହୋଇଥିବା ୫୧ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୯ ଜଣ, ପୁରୀ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲାରୁ ୧୧ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଏବଂ ମାଲକାନଗିରି ଜିଲ୍ଲାରୁ ଜଣେ ରହିଥିଲେ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୩୯୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.