Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୫୨୩ ଆକ୍ରାନ୍ତ, ଶୀର୍ଷରେ ଏହି ଜିଲ୍ଲା

13/04/2021 at 7:51 PM

ଭୁବନେଶ୍ଵର ୧୩।୦୪: ରାଜ୍ୟରେ କରୋନାର ଦ୍ଵିତୀୟ ଲହର ସହ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ହଜାରେ ଅତିକ୍ରମ କରି ସାରିଛି। ଆଶ୍ଵସ୍ତିକର ବିଷୟ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧୭୮୪  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୨୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ୪୧ ହଜାର ୧୨୩ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ମଙ୍ଗଳବାର ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ ୮୫ ଜଣ ସୁସ୍ଥ ହୋଇଛନ୍ତି । ସେହିଭଳି ନୂଆପଡାରୁ ୭୪, କଳାହାଣ୍ଡି ୫୧, ଝାରସୁଗୁଡା ୪୮, ଖୋର୍ଦ୍ଧା ୩୬, ଗଞ୍ଜାମ ୨୯, ସମ୍ବଲପୁର ୨୭, କଟକ ୨୨, ବଲାଙ୍ଗିର ଓ କେନ୍ଦୁଝର ୧୮, ବାଲେଶ୍ବର ୧୫, ମୟୂରଭଞ୍ଜ ଓ ପୁରୀ ୧୪, ଯାଜପୁର ୧୩, କୋରାପୁଟ ୭, ବରଗଡ, ଭଦ୍ରକ, ଜଗତସିଂପୁର, ନବରଙ୍ଗପୁର, ରାୟଗଡାରୁ ୫ ଜଣ ଲେଖାଏଁ, କନ୍ଧମାଳ ୪, ଅନୁଗୁଳ, ଗଜପତି ୩, ଢେଙ୍କାନାଳ, କେନ୍ଦ୍ରାପଡା ଓ ସୋନପୁରରୁ ୨ ଜଣ, ଦେବଗଡ ଓ ନୟାଗଡରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଷ୍ଟେଟ୍‌ ପୋଲ୍‌ରୁ ୯ ଜଣ ସୁସ୍ଥ ହୋଇଛନ୍ତି ।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ୧୭୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୩୦୮୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୩୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୪୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

   Related Posts