Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

ଗଞ୍ଜାମ ଜିଲ୍ଲାରେ ୫୭ କରୋନା ସଂକ୍ରମିତ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୦୮୮କୁ ବୃଦ୍ଧି

25/06/2020 at 1:06 PM

ବ୍ରହ୍ମପୁର ୨୫।୬: ଗଞ୍ଜାମ ଜିଲ୍ଲାରେ ଆଜି ୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮୮କୁ ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ୭୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮ ଜଣଙ୍କର ମୃତ୍ୟୁ ହୋଇଛି । ଜିଲ୍ଲାରେ ୩୫୧ଟି ଆକ୍ଟିଭ୍ କେସ୍ ରହିଛି । ଆଜି ପୁଣି ୧୮ ଜଣ କୋରନା ଯୋଦ୍ଧା ଚିହ୍ନଟ ହୋଇଥିବା ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଟ୍ବିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି । ଆଜି ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲ୍ଲାପାଳ ଜଣାଇଛନ୍ତି । ସେଥିମଧ୍ୟରୁ କୋରନା ଯୋଦ୍ଧା ୩ ଜଣ ହୋଇଥିବା ବେଳେ ଅନ୍ୟ ୫ ଜଣ ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳର ବୋଲି ଜିଲ୍ଲାପାଳ ଜଣାଇଛନ୍ତି ।

   Related Posts