Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୬ କରୋନା ସଂକ୍ରମିତ, ୨୯୨କୁ ବୃଦ୍ଧି ପାଇଲା ଆକ୍ରାନ୍ତଙ୍କ ସଂଖ୍ୟା

28/06/2020 at 2:02 PM

ଭୁବନେଶ୍ବର ୨୮।୬: ରାଜଧାନୀରୁ ଆଉ ୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏ ନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୬ ସଂକ୍ରମିତଙ୍କୁ ମିଶାଇ ଭୁବନେଶ୍ବରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୨ରେ ପହଞ୍ଚିଛି । ଏଥିମଧ୍ୟରୁ ୧୬୫ ଜଣ ସୁସ୍ଥ ହୋଇଥିବା ବେଳେ ୪ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ୧୨୨ଟି ଆକ୍ଟିଭ୍ କେସ୍ ରହିଛି । ଚିହ୍ନଟ ହୋଇଥିବା ୬ ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ ହୋମ୍ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩ ଜଣ ସ୍ଥାନୀୟ ବାସିନ୍ଦା ସଂକ୍ରମିତ ହୋଇଛନ୍ତି । ସେହିପରି ୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଚିହ୍ନଟ ହୋଇଥିବା ୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ୩ଜଣ ହୋମ୍ କ୍ବାରେଣ୍ଟାଇନ୍ ରେ ରହିଥିଲେ । ସେମାନଙ୍କ ମଧ୍ୟରେ ବେଙ୍ଗାଲୁରୁରୁ ଫେରିଥିବା ଡୁମୁଡୁମା ଫେଜ୍ ୧ ଅଞ୍ଚଳର ୨୪ ବର୍ଷ ବୟସ୍କ ଯୁବକ, କୋଲକତାରୁ ଫେରିଥିବା ନୟାପଲ୍ଲୀ ଆଇଆରସି ଭିଲେଜର ୪୧ ବର୍ଷ ବୟସ୍କ ବ୍ୟକ୍ତି, କୋଲକତାରୁ ଫେରିଥିବା ବାପୁଜୀନଗରର ୩୮ ବର୍ଷ ବୟସ୍କ ବ୍ୟକ୍ତି ରହିଛନ୍ତି । ସେହିଭଳି ୩ ସ୍ଥାନୀୟ ସଂକ୍ରମିତଙ୍କ ମଧ୍ୟରେ ଏକ ଘରୋଇ ହସ୍ପିଟାଲର ସର୍ଭିସ୍ ପ୍ରୋଭାଇଡର ଥିବା ୨୪ ବର୍ଷ ବସସ୍କ ଯୁବତୀ, ଟଙ୍କପାଣି ରୋଡ୍ ରାଜାରାଣୀ ମନ୍ଦିର ନିକଟ ଅଞ୍ଚଳର ୫୫ ବର୍ଷ ବୟସ୍କ ବ୍ୟକ୍ତି ଏବଂ ଫରେଷ୍ଟ ପାର୍କ ଅଞ୍ଚଳ ୩୬ ବର୍ଷ ବୟସ୍କ ବ୍ୟକ୍ତି ରହିଛନ୍ତି ।

   Related Posts