Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୧୬୪ କରୋନା ଆକ୍ରାନ୍ତ

4/05/2021 at 6:46 PM

ଭୁବନେଶ୍ବର ୦୪/୦୫ : ରାଜ୍ୟରେ ମଙ୍ଗଳବାର ସୁସ୍ଥ ହୋଇଛନ୍ତି ଆଉ ୬୧୬୪ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ଏଯାଏଁ ମୋଟ ୪ ଲକ୍ଷ ୧୦ ହଜାର ୨୨୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍‌ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୮୨୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭୯୭୫୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬୮୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୫୩୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏଥି ମଧ୍ୟରୁ ୭୩୫୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୧୦୨୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୨୭୧୦୦୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts