Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜଧାନୀରୁ ଆଉ ୬୪ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୮୭

7/11/2020 at 3:06 PM

ଭୁବନେଶ୍ୱର ୭।୧୧: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୪ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୬୪୭ରେ ପହଞ୍ଚିଛି । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୭ ଜଣ ରହିଥିବା ବେଳେ ୪୭ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୮୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୭୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୫୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୭୯ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts