Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୬୭୯୯ କରୋନା ଆକ୍ରାନ୍ତ , ଖୋର୍ଦ୍ଧାରୁ ସର୍ବାଧିକ ୧୧୮୨ ଡିସଚାର୍ଜ

15/06/2021 at 7:58 PM

ଭୁବନେଶ୍ବର ୧୫/ ୦୬ : ରାଜ୍ୟରେ ସୁସ୍ଥ ହେଲେ ଆଉ ୬୭୯୯ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୧୧ ହଜାର ୭୮୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୧୮୨ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୯୫୨୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୪୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୪୬୩ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୫୧୧୦୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୧୧ ହଜାର ୭୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୭୭୭୭୩୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts