Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ବଢିଲା ଟେନ୍‌ସନ୍‌ : ମହାରାଷ୍ଟ୍ରରୁ ଏକାବେଳେ ୭ ଜଣ ଓମିକ୍ରନ୍‌ ଭ୍ୟାରିଆଣ୍ଟ ଆକ୍ରାନ୍ତ ଚିହ୍ନଟ

5/12/2021 at 7:05 PM

ମୁମ୍ବାଇ ୦୫/୧୨ : ମହାରାଷ୍ଟ୍ରରୁ ପୁଣି ୭ ଜଣ ଓମିକ୍ରନ୍‌ ଭ୍ୟାରିଆଣ୍ଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ପୁଣି ଆଉ ୭ ଜଣ ଓମିକ୍ରନ୍‌ ଭ୍ୟାରିଆଣ୍ଟର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଏକାଥରେ ଏତେ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହେବା ପରେ ଚିନ୍ତା ବଢିଛି । ଏ ନେଇ ମହାରାଷ୍ଟ୍ର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ମହାରାଷ୍ଟ୍ରରେ ୭ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହେବା ପରେ ଦେଶରେ ଚିନ୍ତା ବଢିଛି । ପୂର୍ବରୁ ଭାରତରେ ମୋଟ ୫ ଜଣ ଏହି ଭୟଙ୍କର ଭ୍ୟାରିଆଣ୍ଟରେ ଆକ୍ରାନ୍ତ ହୋଇଥିଲେ । କର୍ଣ୍ଣାଟକରୁ ୨ ଜଣ, ଗୁଜୁରାଟ ଜାମନଗରରୁ ଜଣେ, ଦିଲ୍ଲୀରୁ ଜଣେ ଏବଂ ମୁମ୍ବାଇରେ ଜଣେ ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ ହୋଇଥିବା ଜଣାପଡିଥିଲା । ଏବେ ମହାରାଷ୍ଟ୍ରରୁ ଏକାବେଳେ ୭ ଜଣ ଆକ୍ରାନ୍ତ ଚିହ୍ନଟ ହେବାପରେ ମୋଟ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି । କେବଳ ମହାରାଷ୍ଟ୍ରରେ ୮ ଜଣ ଓମିକ୍ରନ୍‌ ଆକ୍ରାନ୍ତ ରହିଛନ୍ତି ।

   Related Posts