Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ରାଜ୍ୟ ପାଇଁ ଭଲ ଖବର : ଆଉ ୭୬ କରୋନା ଆକ୍ରାନ୍ତ ସୁସ୍ଥ

31/05/2020 at 4:56 PM

ଭୁବନେଶ୍ବର ୩୧।୫: ରାଜ୍ୟ ପାଇଁ ଆସିଲା ଭଲ ଖବର । ରବିବାର ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬ କରୋନା ସଂକ୍ରମିତ । ଗୋଟିଏ ପଟେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସୁସ୍ଥ ହାର ମଧ୍ୟ ବଢି ବଢି ଚାଲିଛି । ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ୍ ୧୧୨୬ ଜଣ ସୁସ୍ଥ ହୋଇସାରିଲେଣି ।

ସୁସ୍ଥ ହୋଇଥିବା ୭୬ ଜଣଙ୍କ ମଧ୍ୟରୁ କେନ୍ଦ୍ରାପଡା ଜିଲ୍ଲାରୁ ୧୭ ଜଣ, ଗଞ୍ଜାମ ଜିଲ୍ଲାରୁ ୧୬ ଜଣ, ନୟାଗଡ ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।

ରବିବାର ୧୨୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଚିହ୍ନଟ ହୋଇଥିବା ୧୨୯ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୧୦ ଜଣ, ଯାଜପୁର ଜିଲ୍ଲାରୁ ୧୦ ଜଣ, ବାଲେଶ୍ବର ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, କଟକ ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୮ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬ ଜଣ, ଗଜପତି ଜିଲ୍ଲାରୁ ୧୬ ଜଣ , ଦେବଗଡ ଜିଲ୍ଲାରୁ ୪ ଜଣ, ନୂଆପଡା ଜିଲ୍ଲାରୁ ୧୨ ଜଣ, କେନ୍ଦୁଝର ଜିଲ୍ଲାରୁ ୩ ଜଣ , ମୟୁରଭଞ୍ଜ ଜିଲ୍ଲାରୁ ୬ ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ ରହିଥିବା ବେଳେ ବରଗଡ ଜିଲ୍ଲାରୁ ୬ ଜଣ ରହିଥିଲେ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୪୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts