Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୬୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ୍

8/05/2021 at 7:37 PM

ଭୁବନେଶ୍ବର ୦୮/୦୫ : ରାଜ୍ୟରେ ଶନିବାର ସୁସ୍ଥ ହୋଇଛନ୍ତି ୭୬୬୪ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏଯାଏଁ ମୋଟ ୪ ଲକ୍ଷ ୩୯ ହଜାର ୩୨୨ ଜଣ ସୁସ୍ଥ ହୋଇସାରିଲେଣି । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୯୬୧ ଜଣ ସୁସ୍ଥ ହୋଇଛନ୍ତି । ଏ ନେଇ ଟ୍ବିଟ୍‌ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୧୮୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨୪୨୦୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୧୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୯୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏଥି ମଧ୍ୟରୁ ୯୦୩୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୩୯୩୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୪୬୯୦୮୧ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts