ରାଜ୍ୟରେ ପ୍ରାଣ ହରାଇଲେ ଆଉ ୮ କରୋନା ସଂକ୍ରମିତ, ମୋଟ୍ ମୃତ୍ୟୁ ସଂଖ୍ୟା ୧୭୭କୁ ବୃଦ୍ଧି

Published By : Prameya-News7 Bureau | July 31, 2020 IST

ଭୁବନେଶ୍ୱର ୩୧।୭: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ଆଉ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ରହିଛନ୍ତି । ଗଞ୍ଜାମ ଜିଲ୍ଲାର ଜଣେ ୮୧ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ ।

wp:html /wp:html

ଖୋର୍ଦ୍ଧା ଜିଲ୍ଲାର ଜଣେ ୭୯ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ଶେଷ ପର୍ଯ୍ୟାୟ ବୃକକ୍ ରୋଗ ସହ ୟୁରେମିକ୍ ଏନସେଫାଲୋପାଥିରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୪୯ ବର୍ଷ ବୟସ୍କ ପୁରୁଷ ।

wp:html /wp:html

ନୟାଗଡ ଜିଲ୍ଲାର ଜଣେ ୮୨ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ସେରେବ୍ରୋଭାସ୍କୁଲାର ଆକ୍ସିଡେଣ୍ଟ (ଷ୍ଟ୍ରୋକ)ରେ ମଧ୍ୟ ପୀଡିତ ଥିଲେ । ଗଜପତି ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କା ମହିଳା । ସୁନ୍ଦରଗଡ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ ।

wp:html /wp:html

ଗଞ୍ଜାମ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୭୩ ବର୍ଷ ବୟସ୍କ ପୁରୁଷ ଯିଏକି ପାର୍କିନ୍ସନିଜିମ୍, କରୋନାରୀ ଧମନୀ ରୋଗ, ଡାଇବେଟିସ୍ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୮୭୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୯୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୭୪୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୭୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୧୪୫୭୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.