ସଂକ୍ରମିତଙ୍କ ସହ ତାଳ ଦେଇ ବଢୁଛି ସୁସ୍ଥ ସଂଖ୍ୟା, ଆଜି ଆରୋଗ୍ୟ ହେଲେ ୮୫୪୧ ଆକ୍ରାନ୍ତ

Published By : Prameya-News7 Bureau | May 09, 2021 IST

ଭୁବନେଶ୍ଵର ୦୯।୦୫: ରାଜ୍ୟରେ କରୋନା ସଂକ୍ରମଣର ପ୍ରକୋପ ଥମିବାର ନାଁ ନେଉନାହିଁ। ଗତ କିଛି ଦିନ ହେବ ଦୈନିକ ୧୦ ହଜାରରୁ ଉର୍ଦ୍ଧ୍ଵ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଘଟୁନାହିଁ। ଆଶ୍ଵସ୍ତିକର କଥା ସଂକ୍ରମିତଙ୍କ ସହ ତାଳ ଦେଇ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୮୫୪୧ ରୋଗୀ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ରୋଗୀଙ୍କ ସଂଖ୍ୟା ୪, ୪୭, ୮୬୩କୁ ବୃଦ୍ଧି ଘଟିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ଵିଟ୍ ଯୋଗେ ରବିବାର ଏହାର ସୂଚନା ଦେଇଛି।

wp:html /wp:html

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୮୩ ଆକ୍ରାନ୍ତ ସୁସ୍ଥ  ହୋଇଛନ୍ତି। ସୁନ୍ଦରଗଡ ଜିଲ୍ଲାରୁ ୭୪୫ ଏବଂ କଟକରୁ ୫୮୦ ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ସେହିପରି ପୁରୀରୁ ୫୩୦, ଝାରସୁଗୁଡାରୁ ୪୩୯, ବରଗଡରୁ ୪୩୮, ସମ୍ବଲପୁରରୁ ୪୧୪, ନବରଙ୍ଗପୁରରୁ ୩୯୯, ଅନୁଗୋଳରୁ ୩୪୮, ଯାଜପୁରରୁ ୩୩୪, ନୂଆପଡାରୁ ୨୬୬, ମୟୂରଭଞ୍ଜରୁ ୨୪୭, ଗଞ୍ଜାମରୁ ୨୬୬, କଳାହାଣ୍ଡିରୁ ୧୯୩, ନୟାଗଡରୁ ୧୮୯, କେନ୍ଦୁଝରରୁ ୧୬୧, ବଲାଙ୍ଗୀରରୁ ୧୫୯, ରାୟଗଡରୁ ୧୫୬, ବାଲେଶ୍ଵରରୁ ୧୫୪, ଜଗତସିଂହପୁରରୁ ୧୩୦, ଗଜପତିରୁ ୧୨୦, ସୋନପୁରରୁ ୧୦୩, ଦେବଗଡରୁ ୯୭, ଭଦ୍ରକରୁ ୯୦, କୋରାପୁଟରୁ ୮୮, ବୌଦ୍ଧରୁ ୭୨, କେନ୍ଦ୍ରାପଡାରୁ ୭୦, କନ୍ଧମାଳରୁ ୫୧, ମାଲକାନଗିରିରୁ ୫୧ ଓ ଢେଙ୍କାନାଳରୁ ୩୨ ଆକ୍ରାନ୍ତ ସୁସ୍ଥ ହୋଇ  ଘରକୁ ଫେରିଛନ୍ତି।

wp:html /wp:html

ସୂଚନାଯାଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ  ୧୦୬୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୩୪୮୪୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୧୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୬୨୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସେହିପରି ୧୯ ଜଣଙ୍କ ମୃତ୍ୟୁ ସହ କରୋନାଜନିତ ମୃତ ସଂଖ୍ୟା ୨୧୮୦କୁ ବୃଦ୍ଧି ଘଟିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.