ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୨୧୬କୁ ବୃଦ୍ଧି

Published By : Prameya-News7 Bureau | August 04, 2020 IST

ଭୁବନେଶ୍ୱର ୪।୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ଆଉ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୯ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ରହିଛନ୍ତି । ଗଞ୍ଜାମ ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏକି ସେରେବ୍ରୋ ଭାସ୍କୁଲାର ଦୁର୍ଘଟଣାରେ ପୀଡିତ ଥିଲେ ।

wp:html /wp:html

ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ । ଯାଜପୁର ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।

wp:html /wp:html

ଗଞ୍ଜାମ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଖୋର୍ଦ୍ଧା ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୬୦ବର୍ଷ ବୟସ୍କା ମହିଳା ଯିଏ କି କ୍ରୋନିକ୍ କିଡନୀ ରୋଗ, ଡାଇବେଟିସ୍ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।

wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.