ଦେଶରେ ଆଉ ୯ଜଣ ଓମିକ୍ରନ୍‌ ଭ୍ୟାରିଆଣ୍ଟ କରୋନା ଆକ୍ରାନ୍ତ ଚିହ୍ନଟ, ଦିନକରେ ବାହାରିଲେଣି ୧୬ ଜଣ ଆକ୍ରାନ୍ତ

Published By : Prameya-News7 Bureau | December 05, 2021 IST

ଜୟପୁର ୦୫/୧୨ : ଭାରତରେ ଆଉ ୯ ଜଣ ଓମିକ୍ରନ୍‌ ଭ୍ୟାରିଆଣ୍ଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରେ କିଛି ସମୟ ପୂର୍ବରୁ ୭ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ଜୟପୁରରୁ ଆଉ ୯ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣ ଦକ୍ଷିଣ ଆଫ୍ରିକାରୁ ଫେରିଥିଲେ । ତେବେ ଚିହ୍ନଟ ହୋଇଥିବା ଅନ୍ୟ ୫ ଜଣ ଏମାନଙ୍କ ସମ୍ପର୍କରେ ଆସିଥିବା ଜଣାପଡିଛି । ବର୍ତ୍ତମାନ ସମସ୍ତଙ୍କ ଚିକିତ୍ସା​‌ ଜାରିରହିଥିବା ବେଳେ ସମସ୍ତଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି । ବର୍ତ୍ତମାନ ଭାରତରେ ମୋଟ ଓମିକ୍ରନ୍ ଭ୍ୟାରିଆଣ୍ଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.