Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୯୭୦୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ୍‌

10/05/2021 at 5:50 PM

ଭୁବନେଶ୍ବର ୧୦/୦୫ : ରାଜ୍ୟରେ ସୁସ୍ଥ ହେଲେ ଆଉ ୯୭୦୬ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୪ ଳକ୍ଷ ୫୭ ହଜାର ୫୬୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୭୮୭ ଜଣ ରହିଛନ୍ତି ।

 ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୦୦୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪୪୮୭୩ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୨୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୪୦୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏଥି ମଧ୍ୟରୁ ୯୪୭୬୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୫୭୫୬୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୫୬୬୨୧୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts