କରୋନା ନେଲା ଆଉ ଜଣଙ୍କ ଜୀବନ, ମୃତକ ଗଞ୍ଜାମ ଜିଲ୍ଲାର : ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି

Published By : Prameya-News7 Bureau | June 27, 2020 IST

ଭୁବନେଶ୍ବର ୨୭।୬: ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୮ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ସେହିଭଳି କଟକ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି ।

ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ମୃତ ବ୍ୟକ୍ତି ଜଣଙ୍କ ଗଞ୍ଜାମ ଜିଲ୍ଲାର । ତାଙ୍କ ବୟସ ୬୮ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗର ପୀଡିତ ଥିଲେ ।

{"id":292187,"width":563,"height":928,"sizeSlug":"large"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୩୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୪୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୮ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.