Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

ରାଜ୍ୟରେ କରୋନାରେ ଗଲା ଆଉ ଜଣଙ୍କ ଜୀବନ, ମୃତକ ଗଞ୍ଜାମ ଜିଲ୍ଲାର : ୯କୁ ବୃଦ୍ଧି ପାଇଲା ମୃତ୍ୟୁସଂଖ୍ୟା

7/06/2020 at 9:58 AM

ଭୁବନେଶ୍ବର ୭।୬ : ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୯ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ଫଳରେ ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ସେହିଭଳି ପୂର୍ବରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ଏବଂ କଟକ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରବିବାର ରାଜ୍ୟରେ ଆଉ ୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୫୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ରବିବାର ମୃତ୍ୟୁ ହୋଇଥିବା ବ୍ୟକ୍ତି ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ତାଙ୍କ ବୟସ ୫୫ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ଯକ୍ଷ୍ମା ରୋଗରେ ପୀଡିତ ହେବା ସହ ଅନ୍ୟାନ୍ୟ ରୋଗରେ ମଧ୍ୟ ପୀଡିତ ଥିଲେ

ରବିବାର ଚିହ୍ନଟ ହୋଇଥିବା ୭୫ ସଂକ୍ରମିତଙ୍କ ମଧ୍ୟରୁ ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୭ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୫ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୮ ଜଣ, ପୁରୀ ଜିଲ୍ଲାରୁ ଜଣେ, ନୂାପଡା ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ୩ ଜଣ ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୭୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts