ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ, ୧୭୮ରେ ପହଞ୍ଚିଲା ସଂକ୍ରମିତଙ୍କ ସଂଖ୍ୟା

Published By : Prameya-News7 Bureau | May 06, 2020 IST

ଭୁବନେଶ୍ବର ୬।୫ : ରାଜ୍ୟରେ ଦିନକୁ ଦିନ ବଢିବାର ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରେ ଆଜି ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ବାଲେଶ୍ବର ଜିଲ୍ଲା ବୋଲି ସୂଚନା ମିଳିଛି ।

{"id":265502,"sizeSlug":"large"}

ସେହିଭଳି ଆଜି ରାଜ୍ୟରେ ଗଞ୍ଜାମ ଜିଲ୍ଲାରୁ ଆଉ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିଲେ । ତେବେ ଗଞ୍ଜାମ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଥିଲା ।

{"id":265507,"sizeSlug":"large"}

ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି । ସେମାନଙ୍କ ମଧ୍ୟରୁ ୧୧୬ଟି ଆକ୍ଟିଭ୍‌ କେସ୍‌ ରହିଛନ୍ତି । ସେହିପରି ୬୦ଜଣ ସୁସ୍ଥ ହୋଇସାରିଥିବା ବେଳେ ଦୁଇ ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.