ପାଟଣାରେ ଆଉ ଜଣେ କରୋନା ସଂକ୍ରମିତ ଚିହ୍ନଟ...

Published By : Prameya-News7 Bureau | June 08, 2020 IST

ପାଟଣା୮/୬: ପାଟଣା ବ୍ଲକରେ ଆଉ ଜଣେ କରୋନା ଚିହ୍ନଟ। ପାଟଣା କେନ୍ଦୁଝର ଜିଲ୍ଲାର ପାଟଣା ବ୍ଲକରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ପାଟଣା ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଁଞ୍ଚିଛି। ପାଟଣା ବ୍ଲକ ଯମୁନାପଶି ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୬ ବର୍ଷୀୟ କରୋନା ଆକ୍ରାନ୍ତ ଗତ ୨୩ ତାରିଖରୁ ବାଙ୍ଗାଲୋରରୁ ଫେରି ସଙ୍ଗରୋଧ କେନ୍ଦ୍ରରେ ଥିଲେ। ତାଙ୍କ ସ୍ୱାବ୍ ରିପୋର୍ଟ ପଜିଟିଭ୍ ଆସିବା ପରେ ତାଙ୍କୁ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ପାଟଣା ତହସିଲଦାର ଶିବ ପ୍ରସାଦ ମୁର୍ମୁ ସୂଚନା ଦେଇଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.