Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

କୋଭିଡ ଲଢ଼େଇରେ ହାରିଗଲେ ଆଉ ଜଣେ କରୋନା ଯୋଦ୍ଧା, ଦିଆଗଲା ଗାର୍ଡ ଅଫ ଅନର

30/06/2021 at 9:22 AM

ଫୁଲବାଣୀ ୩୦/୬ : ହାରିଗଲେ କୋଭିଡ ଲଢ଼େଇରେ ଆଗଧାଡିର ଥିବା ଜଣେ ଯୋଦ୍ଧା । ଆଉ ଜଣେ ଡାକ୍ତର ଆଜି ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି । କନ୍ଧମାଳ ଜିଲ୍ଲା ଖଜୁରୀପଡାରେ କାର୍ଯ୍ୟରତ ଆୟୁଷ ଡାକ୍ତର ସ୍ନେହାଶୀଷ ଗିରି କଟକ ଏସସିବି ମେଡିକାଲରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଡଃ ଗିରି କିଛି ଦିନ ତଳେ କୋଭିଡ ଆକ୍ରାନ୍ତ ହେବା ପରେ ହୋମ ଆଇସୋଲେସନରେ ଥିଲେ । ତେବେ ସ୍ଵାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ କଟକ ଏସସିବିରେ ଭର୍ତ୍ତି ହେବାକୁ ପଡିଥିଲା । ଚିକିତ୍ସିତ ଅବସ୍ଥାରେ ସେଠାରେ ତାଙ୍କର ପରଲୋକ ହୋଇଛି ।

ତାଙ୍କ ମୃତ୍ୟୁରେ ସ୍ଵାସ୍ଥ୍ୟ ବିଭାଗ କର୍ମଚାରୀଙ୍କ ସମେତ କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ଗଭୀର ଶୋକ ପ୍ରକାଶ ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଜିଲ୍ଲାପାଳ ଡ ବୃନ୍ଦା ଡି, ଆରକ୍ଷୀ ଅଧୀକ୍ଷକ ଭିନୀତ ଅଗ୍ରଓ୍ଵ।ଲ ,ସିଡିଏମଓ ଡ୍ଃ ରାଜଶ୍ରୀ ପଟ୍ଟନାୟକ ଓ ଅନ୍ୟ ବରିଷ୍ଠ ଅଧିକାରୀ ଶୋକ ପ୍ରକାଶ କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ତେବେ କଟକ ପୋଲିସ ପକ୍ଷରୁ ମଧ୍ୟ ଡଃ ଗିରିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି । ଦିବଙ୍ଗତ ଡାକ୍ତର ଗିରି ରାଷ୍ଟ୍ରୀୟ ବାଳ ସ୍ଵାସ୍ଥ୍ୟ କାର୍ଯ୍ୟକ୍ରମରେ ନିଯୁକ୍ତ ଥିଲେ ।

   Related Posts