Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ଉତ୍ତର ବଙ୍ଗୋ‌ପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା: ୯ ଓ ୧୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା

7/08/2020 at 8:44 AM

ଭୁବନେଶ୍ବର୭/୮: ଆସନ୍ତା ୯ ତାରିଖରେ ଉତ୍ତର ବଙ୍ଗୋ‌ପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହା ପ୍ରଭାବରେ ୯ ଓ ୧୦ ତାରିଖ ଦିନ ପ୍ରବଳରୁ ଅତି ପ୍ରବଳ ବ‌ର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାର ଜିଲ୍ଲାମାନଙ୍କରେ ଅଧିକ ବର୍ଷା ହେବ ବୋଲି ସୂଚନା ମିଳିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌. ଆର୍‌ ବିଶ୍ବାସ କହିଛନ୍ତି, ୯ ତାରିଖ ଦିନ କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ ଓ ସୋନପୁରରେ ପ୍ରବଳରୁ ଅତିପ୍ରବଳ ଏବଂ ନୂଆପଡ଼ା, ନବରଙ୍ଗପୁର, ସମ୍ବଲପୁର, କୋରାପୁଟ, ଗଞ୍ଜାମ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ୧୦ ତାରିଖ ଦିନ ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ଏବଂ କୋରାପୁଟ, ରାୟଗଡ଼ା, ବୌଦ୍ଧ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅପରପକ୍ଷେ ଗତ ୪ ତାରିଖରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଉତ୍ତର ପ୍ରଦେଶମୁହାଁ ହୋଇଛି। ଏଣୁ ରାଜ୍ୟରେ ଆଉ ଲଘୁଚାପର ପ୍ରଭାବ ରହିବ ନାହିଁ। କିନ୍ତୁ ମୌସୁମୀ ଟ୍ରଫ୍‌ ସ୍ବାଭାବିକ ସ୍ଥାନରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କିଛି କିଛି ସ୍ଥାନରେ ହଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

   Related Posts