୨୪ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା : ୬ଟି ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା

Published By : Prameya-News7 Bureau | November 03, 2019 IST

ଭୁବନେଶ୍ବର ୩।୧୧: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୫ ଓ ୬ ତାରିଖରେ ରାଜ୍ୟର ୬ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଏହି ସମୟରେ ଘଣ୍ଟାପ୍ରତି ୪୦ ରୁ ୪୫ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି । ଫଳରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ସେପଟେ ନଭେମ୍ବର ତୃତୀୟ ସପ୍ତାହ ବେଳକୁ ଉତ୍ତର ଓଡିଶାରେ ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.