ଆସନ୍ତା ୧୨ରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା, ରାଜ୍ୟରେ ୪ ଦିନ ଧରି ଲାଗି ରହିବ ବର୍ଷା

Published By : Prameya-News7 Bureau | August 10, 2019 IST

ଭୁବନେଶ୍ବର ୧୦|୮: ଆସନ୍ତା ୧୨ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା । ଫଳରେ ସାରା ରାଜ୍ୟରେ ୪ ଦିନ ଧରି ବର୍ଷା ଲାଗି ରହିବ । ବିଶେଷ କରି ଉପକୂଳ ଓଡ଼ିଶାରେ ଏହାର ସର୍ବାଧିକ ପ୍ରଭାବ ରହିବ ।

୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଯାଜପୁର, ମୟୂରଭଞ୍ଜ, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଏପରିକି ଗୋଟିଏ ଦୁଇଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ ବର୍ଷା ହେବ ବୋଲି ଆଶଙ୍କା କରାଯାଉଛି ।  ସେହିପରି ୧୫ରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.