୧୯ରେ ଆଉ ଏକ ଲଘୁଚାପ : ଅଶାନ୍ତ ରହିବ ସମୁଦ୍ର, ଜୋରରେ ବହିବ ପବନ, ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ଏସଆରସିଙ୍କ ନିର୍ଦ୍ଦେଶ

Published By : Prameya-News7 Bureau | October 17, 2020 IST

ଭୁବନେଶ୍ୱର, ୧୭ ।୧୦:   ୧୯ରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୦ତାରିଖ ଭିତରେ ଏହା ଅଧିକ ଘନୀଭୂତ ହେବ । ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ୧୯ରୁ ୨୧ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ସେପଟେ ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ ଆର୍ ସି ।

{"id":346243,"sizeSlug":"large"}

ଗୋଟିଏ ଲଘୁଚାପ ବର୍ଷା ନଯାଉଣୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦାନା ବାନ୍ଧିଲାଣି ଆଉ ଏକ ଲଘୁଚାପ । ଆସନ୍ତା ୧୯ ତାରିଖ ବେଳକୁ ରାଜ୍ୟରେ ପୁଣି ବଢ଼ିବ ବର୍ଷା । ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର ।  ୧୯ ତାରିଖ ସକାଳ ୮ଟାରୁ  ୨୦ ତାରିଖ ସାଢେ ୮ ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡା, ମାଲକାନଗିରି, ରାୟଗଡା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହିଭଳି ୨୦ ତାରୁଖ ସକାଳ ସାଢେ ୮ଟାରୁ ୨୧ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଗଞ୍ଜାନ ଓ ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୨୧ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ , ଗଜପତି, ପୁରୀ, ଜଗତସିଂପୁର , କେନ୍ଦ୍ରାପଡା ଏବଂ ଭଦ୍ରକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ସମୁଦ୍ରକୂଳିଆ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ଥିବାରୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ଏହି ଦିନମାନଙ୍କରେ ସମୁଦ୍ର ଭିତରକୁ ଯିବାକୁ ମତ୍ସଜୀବୀମାନଙ୍କୁ ବାରଣ କରାଯାଇଛି ।

{"id":346244,"sizeSlug":"large"}

ସମ୍ଭାବ୍ୟ ଲଘୁଚାପ ଓ ବର୍ଷାକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲାର ଜିଲ୍ଲପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ ଆର୍ ସି ।୨ ଦିନ ହେବାକୁ ଥିବା ପ୍ରବଳ ବର୍ଷା ପାଇଁ କ୍ଷୟକ୍ଷତିର ସମ୍ଭାବନା ରହିଛି । ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ ଭିଡିଓ କନଫରେନ୍‌ସିଂ ଜରିଆରେ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାର ସମସ୍ତ ବିଭାଗକୁ ପୂର୍ବ ପ୍ରସ୍ତୁତି କରି ରହିବାକୁ କୁହାଯାଇଛି।

{"id":346245,"sizeSlug":"large"}

ସେପଟେ ଅକ୍ଟୋବର ଓ ନଭେମ୍ବର ମାସରେ ରାଜ୍ୟବାସୀଙ୍କୁ ବାତ୍ୟାର ଭୟ ଘାରିଛି । ଗୋଟିଏ ପରେ ଗୋଟିଏ ଲଘୁଚାପ ବର୍ଷା ଏହି ଭୟକୁ ଦ୍ବିଗୁଣିତ କରୁଛି । ତେବେ ଏନେଇ କୌଣସି ଭୟଭିତ ନହେବା ପାଇଁ ପରାମର୍ଶ ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.