୧୯ରେ ଆଉ ଏକ ଲଘୁଚାପ !୧୮ରୁ ବଢିବ ବର୍ଷା : ଆଜି ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

Published By : Prameya-News7 Bureau | October 16, 2020 IST

ଭୁବନେଶ୍ବର ୧୬।୧୦: ଆନ୍ଧ୍ରପ୍ରଦେଶ ଦେଇ ଅତିକ୍ରମ କରିଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପୁଣି ଥରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି । ଫଳରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଜାରି ରହିବ ।

ଆସନ୍ତା ୧୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଥିବାରୁ ରାଜ୍ୟରେ ୧୮ ତାରିଖରୁ ପୁଣି ବର୍ଷା ଆରମ୍ଭ ହୋଇଯିବ। ଆଜି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ।

୧୮ ତାରିଖରୁ ଲଘୁଚାପ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ । କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୯ ତାରିଖ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.