Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

୯ରେ ଆଉ ଏକ ଲଘୁଚାପ! ୧୩ ତାରିଖ ବେଳକୁ ‘ସାମୁଦ୍ରିକ ବାତ୍ୟା’ର ରୂପ ନେଇପାରେ, ଦକ୍ଷିଣ ଓଡ଼ିଶା ଆଡକୁ ଅଗ୍ରସର ହେବାର ସମ୍ଭାବନା

4/10/2020 at 5:36 PM

ଭୁବନେଶ୍ବର୪/୧୦: ଉତ୍ତର-ପଶ୍ଚିମ ବଙ୍ଗପୋସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ତିନିଦିନ ଯାଏଁ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୫ରୁ ଉର୍ଦ୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଳାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗୀର, ଢ଼େଙ୍କାନାଳ, ଅନୁଗୁଳ, ପୁରୀ, ଖୋର୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର ଓ ଭଦ୍ରକ ଆଦି ରହିଛି।

ଆସନ୍ତା ୦୯ ତାରିଖ ବେଳକୁ ଥାଇଲାଣ୍ଡ ଉପକୂଳ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହି କ୍ଷେତ୍ର ଅଧିକ ଶକ୍ତିଶାଳୀ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହି କ୍ଷେତ୍ର କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ ।୯ରେ ଲଘୁଚାପ: ୧୩ ତାରିଖ ବେଳକୁ ‘ସାମୁଦ୍ରିକ ବାତ୍ୟା’ର ରୂପ ନେଇପାରେ, ଦକ୍ଷିଣ ଓଡ଼ିଶା ଆଡକୁ ଅଗ୍ରସର ହେବାର ସମ୍ଭାବନା।

ସେହିପରି ୧୩ ଅକ୍ଟୋବର ବେଳକୁ ଏହି କ୍ଷେତ୍ର ‘ସାମୁଦ୍ରିକ ବାତ୍ୟା’ର ରୂପ ନେଇପାରେ ବୋଲି କିଛି ମଡେଲ ସଙ୍କେତ ଦେଉଛନ୍ତି । ଏହି କ୍ଷେତ୍ର ଉତ୍ତର ଆନ୍ଧ୍ର ପ୍ରଦେଶ କିମ୍ବା ଦକ୍ଷିଣ ଓଡ଼ିଶା ଆଡକୁ ଅଗ୍ରସର ହେବାର ସମ୍ଭାବନା ରହିଛି । ତେବେ ୩-୪ ଦିନ ମଧ୍ୟରେ ଏ ନେଇ ସ୍ପଷ୍ଟ ଚିତ୍ର ମିଳିପାରିବ ବୋଲି କୁହାଯାଇଛି।

   Related Posts