Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ସଂକ୍ରମିତ

7/09/2020 at 2:00 PM

ସୋର ୦୭।୦୯: କରୋନା ଆକ୍ରାନ୍ତ ହେଲେ ଆଉ ଜଣେ ମନ୍ତ୍ରୀ । ଓଡିଶାର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ।

ସେହିପରି ଗତ ସାତଦିନ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି । ସେମାନଙ୍କୁ ସଙ୍ଗରୋଧରେ ରହିବାକୁ  ମନ୍ତ୍ରୀ ନିଜେ ଅନୁରୋଧ କରିଛନ୍ତି । ତେବେ ସିମୁଳିଆ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କରୋନା ସଂକ୍ରମିତ ହେବା ପୂର୍ବରୁ ମନ୍ତ୍ରୀ ସୁଶାନ୍ତ ସିଂହ, ମନ୍ତ୍ରୀ ପଦ୍ମିନୀ ଦିଆନ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି ।

ସେପଟେ ଆଗାମୀ ବିଧାନସଭା ଅଧିବେଶନ ନେଇ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ବୈଠକରେ ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକ , ମନ୍ତ୍ରୀ ଓ ବିଧାନସଭା କର୍ମଚାରୀଙ୍କ କୋଭିଡ଼ ଟେଷ୍ଟ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ଯାହାର କୋଭିଡ଼ ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିବ , ତେବେ ତାଙ୍କୁ ବୈଠକରେ ଯୋଗଦେବାକୁ ଅନୁମତି ଦିଆଯିବା ନାହିଁ । ବୈଠକରେ କେବଳ ନେଗେଟିଭ୍‌ ରିପୋର୍ଟ ମିଳିଥିବା ନେତା ଓ ମନ୍ତ୍ରୀ ଯୋଗଦେବେ ।

   Related Posts