Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ଜଣେ କରୋନା ସଂକ୍ରମିତ, ୧୮୫ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

21/06/2020 at 1:54 PM

ଭୁବନେଶ୍ବର ୨୧।୬: ରାଜଧାନୀରୁ ଆଉ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏ ନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କୁ ମିଶାଇ ଭୁବନେଶ୍ବରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮୫ରେ ପହଞ୍ଚିଛି । ଏଥିମଧ୍ୟରୁ ୯୩ ଜଣ ସୁସ୍ଥ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ୮୮ଟି ଆକ୍ଟିଭ୍ କେସ୍ ରହିଛି ।

ସଂକ୍ରମିତ ଜଣଙ୍କ ଚନ୍ଦ୍ରଶେଖରପୁର ନିଳାଦ୍ରୀବିହାର ଅଞ୍ଚଳର । ତାଙ୍କ ବୟସ ୭୩ ବର୍ଷ । ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସେ ପୂର୍ବରୁ ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଅନ୍ୟପଟେ ୭ ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ପାତ୍ରପଡା କ୍ରିଷ୍ଣାବିହାରର ୪ ବର୍ଷର ନାବାଳକ, ନ୍ୟୁ ଫରେଷ୍ଟ ପାର୍କ ଅଞ୍ଚଳର ୨୯ ବର୍ଷ ବୟସ୍କ ଯୁବକ, ୟୁନିଟ୍-୫ ୧୨୦ ବାଟାଲିୟନର ୪୭ ବର୍ଷ ବୟସ୍କ ବ୍ୟକ୍ତି, ଡୁମୁଡୁମା ସୁବାସନଗର ବସ୍ତିର ୨୯ ବର୍ଷ ବୟସ୍କ ଯୁବକ, ପାତ୍ରପଡା ଏମ୍ସ ହସ୍ପିଟାଲ ଅଞ୍ଚଳର ଦୁଇ ଜଣ, ସେଣ୍ଟ୍ରାଲ ସରକାରୀ ହସ୍ପିଟାଲର ୨୫ ବର୍ଷ ବୟସ୍କ ଛାତ୍ରୀ ସୁସ୍ଥ ହୋଇଛନ୍ତି ।

   Related Posts