କରୋନା ନେଲା ଆଉ ଜଣଙ୍କ ଜୀବନ, ମୃତକ ଗଞ୍ଜାମ ଜିଲ୍ଲାର : ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି

Published By : Prameya-News7 Bureau | June 22, 2020 IST

ଭୁବନେଶ୍ବର ୨୨।୬: ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୫ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ସେହିଭଳି ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି ।

ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୩୦୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୭ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

{"id":289701,"sizeSlug":"large"}

ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ଟ୍ବିଟର ପକ୍ଷରୁ ଦର୍ଶାଯାଇଛି ଯେ, ମୃତ ବ୍ୟକ୍ତି ଜଣଙ୍କ ଗଞ୍ଜାମ ଜିଲ୍ଲାର । ତାଙ୍କ ବୟସ ୪୬ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । କୋଭିଡ୍ ନିମୋନିଆ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଛି ।

wp:html /wp:html

ସେହିଭଳି ମୟୁରଭଞ୍ଜ ଜିଲ୍ଲାର ୬୦ ବର୍ଷ ବୟସ୍କ କୋଭିଡ୍ ସଂକ୍ରମିତ ଖାଦ୍ୟନଳୀ କର୍କଟ ରୋଗରେ ପୀଡିତ ଥିଲେ । ତା‌ଙ୍କର ମୃତ୍ୟୁ ହୋଇଛି । ମାତ୍ର ତାଙ୍କ ମୃତ୍ୟୁ କରୋନାଜନିତ ନୁହେଁ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦର୍ଶାଯାଇଛି । କର୍କଟ ଅସ୍ତ୍ରୋପଚାର ପରେ ଅପରେସନରେ ଜଟିଳତା ହେତୁ ତାଙ୍କର ମୃତ୍ୟୁ ହୋଇଛି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୩୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୫ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୬ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.