Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||
  • କେମ୍ରୁନରେ ଗ୍ୟାସ ବୋଝେଇ ଟ୍ରକ ସହ ଧକ୍କା ପରେ ଜଳିଗଲା ବସ୍ : ୫୩ ମୃତ, ୨୯ ଗୁରୁତର
  • ||
  • ଶେଷ ହେବ କୃଷକ ଆନ୍ଦୋଳନ ! ସଙ୍ଗଠନରେ ଫାଟ, ଯୋଗେନ୍ଦ୍ର ଯାଦବ ଓ ଟିକୈତଙ୍କ ସମେତ ୩୭ ଚାଷୀଙ୍କ ଉପରେ ପଡିବ ଚଡକ
  • ||
  • ଖଲ୍ଲିକୋଟ : ଫାଟିଗଲା କାର୍ ଚକା, ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ; ଜଣେ ମୃତ, ୨ ଆହତ
  • ||

ରାଜ୍ୟରେ କରୋନା ନେଲା ଆଉ ୬ ଜଣଙ୍କ ଜୀବନ, ୧୨୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

24/07/2020 at 11:42 AM

ଭୁବନେଶ୍ୱର ୨୪।୭: ଓଡିଶାରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଟ୍ବିଟ୍ ଅନୁଯାୟୀ ୬ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ରାୟଗଡା ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ ଏବଂ ଗଜପତି ଜିଲ୍ଲାରୁ ଜଣେ ରହିଛନ୍ତି । ଗଞ୍ଜାମ ଜିଲ୍ଲାର ଜଣେ ୪୪ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ । ରାୟଗଡା ଜିଲ୍ଲାର ଜଣେ ୭୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । ଗଜପତି ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କା ମହିଳା । ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କା ମହିଳା । ଭଦ୍ରାକ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।

ସେହିଭଳି ଆଉ ଦୁଇ କରୋନା ଆକ୍ରାନ୍ତଙ୍କ ଅନ୍ୟ କାରଣ ଯୋଗୁଁ ମୃତ୍ୟୁ ହୋଇଛି । ତାଙ୍କ ମୃତ୍ୟୁ କରୋନାଜନିତ ନୁହେଁ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧା ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯାହାଙ୍କର ଇଣ୍ଟ୍ରା ମସ୍ତିଷ୍କ ରକ୍ତସ୍ରାବ ଏବଂ ମସ୍ତିଷ୍କ ଇନଫାର୍କସନ କାରଣରୁ ମୃତ୍ୟୁ ହୋଇଛି । ନୟାଗଡ଼ ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ପୁରୁଷ ଯାହାଙ୍କର ପେଟ ଏବଂ ଫୁସଫୁସ କର୍କଟ କାରଣରୁ ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୬୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୧୪୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୪୩୯୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୨୦ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୩୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୩୩୫୭୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । 

   Related Posts