Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୬ଟି ଗେଟ୍, ମୋଟ୍ ୧୮ଟି ଗେଟ୍ ଦେଇ ଚାଲିଛି ଜଳ ନିଷ୍କାସନ

18/09/2021 at 11:40 AM

ସମ୍ବଲପୁର ୧୮।୯: ଉପରମୁଣ୍ଡରୁ କମିବାରେ ଲାଗିଛି ବନ୍ୟାଜଳ ପ୍ରବାହ । ଫଳରେ ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ୍ ବନ୍ଦ ହୋଇଛି । ବର୍ତ୍ତମାନ ୧୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଜଳଭଣ୍ଡାର ମଧ୍ୟକୁ ୩ ଲକ୍ଷ ୩୭ ହଜାର କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୩ ଲକ୍ଷ ୨୩ ହଜାର କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ଏହିଭଳି ବନ୍ୟାଜଳ ପ୍ରବାହ କମିଲେ ଆହୁରି ଗେଟ୍ ବନ୍ଦ ହେବାର ସମ୍ଭାବନା ରହିଛି ।

ଉଲ୍ଲେଖଯୋଗ୍ୟ ଯେ, ଗତ ୧୪ ତାରିଖ ଜଳଭଣ୍ଡାରକୁ ୧ ଲକ୍ଷ ୬୭ ହଜାର ୨୭ କ୍ୟୁସେକ ଜଳ ପ୍ରବେଶ କରୁଥିଲା ବେଳେ ୧୫ ତାରିଖ ରାତି ୯ଟାରେ ୪ ଲକ୍ଷ ୨୧ ହଜାର ୨୮୫ କ୍ୟୁସେକ ପ୍ରବେଶ କରୁଥିଲା। ସେହିପରି ୧୬ ତାରିଖ ରାତି ୯ଟାରେ ୫ ଲକ୍ଷ ୧୨ ହଜାର ୨୪୦ କ୍ୟୁସେକ ଜଳ ପ୍ରବେଶ କରୁଥିଲା, କିନ୍ତୁ ଶୁକ୍ରବାର ସନ୍ଧ୍ୟା ୬ଟାରେ ୪ ଲକ୍ଷ ୨୨ ହଜାର ୧୯୯ କ୍ୟୁସେକ୍ ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିଥିଲା । ଶନିବାର ୩ ଲକ୍ଷ ୩୭ ହଜାର କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୩ ଲକ୍ଷ ୨୩ ହଜାର କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି ।

   Related Posts