Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମାତ୍ର ୬୦ ସେକେଣ୍ଡରେ ଜଣାପଡିବ ଶରୀରର ରକ୍ତ ସର୍କରା, ଛୁଞ୍ଚିର ଭୟ ରହିବନି… ଆସିଗଲା ନୂଆ ମେସିନ୍
  • ||
  • ଖଲ୍ଲିକୋଟ : ପଞ୍ଚାୟତ ନିର୍ବାଚନ ପାଇଁ ଗଞ୍ଜାମ ଜିଲ୍ଲାର ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ, ମୈଦାନରେ ୧୩ ହଜାର ୬୭୫ ପ୍ରାର୍ଥୀ
  • ||
  • ସମ୍ବଲପୁର : ଭୀମସାର ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୋଡ ଭାଙ୍ଗିବା ସହ ଶରୀରରେ ଲାଗିଛି ଆଘାତ
  • ||
  • ଭୁବନେଶ୍ବର : ଜାଲ୍‌ ପ୍ରମାଣପତ୍ର ଦେଇ ୩କୋଟି ୬୮ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ପିଏନବି ପୂର୍ବତନ ମୁଖ୍ୟ ପରିଚାଳକ ସମେତ ୩ ଗିରଫ
  • ||
  • ଭୁବନେଶ୍ବର : କୋଭିଡ୍‌ର କେବେ ବି ଅନ୍ତ ହେବନାହିଁ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ କମିବା ନେଇ ମିଳିଲାଣି ସଂକେତ : SRC
  • ||
  • ପୁରୀ : ମହିଳାଙ୍କ ଅଶ୍ଳୀଳ ଫଟୋ ଓ ଭିଡିଓ ଭାଇରାଲ୍ ପଡିଲା ମହଙ୍ଗା, ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୪୨୬ କୋଭିଡ୍ ପଜିଟିଭ୍, ୧୨୨୫୨୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • କମିବ ତାପମାତ୍ରା, ୨୮ରୁ ବଢିବ ଶୀତ
  • ||

କରୋନା ନେଲା ଆଉ ଦୁଇ ଜଣଙ୍କ ଜୀବନ, ମୃତକ କଟକ ଜିଲ୍ଲାର : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି

23/06/2020 at 11:03 AM

ଭୁବନେଶ୍ବର ୨୩।୬: ରାଜ୍ୟରେ କରୋନା ନେଲା ଆଉ ଦୁଇ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୭ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ଦୁଇ ମୃତକ କଟକ ଜିଲ୍ଲାର ବୋଲି ଜଣାପଡିଛି । କଟକ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ସେହିଭଳି ଗଞ୍ଜାମ ଜିଲ୍ଲାରୁ ୮ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି ।

ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ମୃତ ବ୍ୟକ୍ତି ଜଣଙ୍କ କଟକ ଜିଲ୍ଲାର । ତାଙ୍କ ବୟସ ୭୧ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । କଟକ ସ୍ଥିତ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ସଂକ୍ରମିତ ଡାଇବେଟିକ୍ ଫୁଟ୍, ଡାଇବେଟିସ୍ ଏବଂ କ୍ରୋନିକ୍ କିଡନୀ ରୋଗରେ ମଧ୍ୟ ପୀଡିତ ଥିଲେ । ଅନ୍ୟଜଣେ ମଧ୍ୟ କଟକ ଜିଲ୍ଲାର । ତାଙ୍କ ବୟସ ୫୩ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । କଟକ ସ୍ଥିତ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମଧ୍ୟ ମୃତ୍ୟୁ ହୋଇଛି । ସେ ଡାଇବେଟିସ୍ ରୋଗରେ ମଧ୍ୟ ପୀଡିତ ଥିଲେ ।

ସେହିଭଳି ଅନ୍ୟ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । କିନ୍ତୁ ତାଙ୍କ ମୃତ୍ୟୁ କରୋନାଜନିତ ନୁହେଁ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦର୍ଶାଯାଇଛି । ସେ ମଧ୍ୟ କଟକ ଜିଲ୍ଲାର । ତାଙ୍କ ବୟସ ୮୦ ବର୍ଷ । ତାଙ୍କର ଅନ୍ତଃନଳୀରେ ସମସ୍ୟା ସହ ସେପସିସ୍ ଏବଂ ମଲ୍ଟି ଅର୍ଗାନ ଡିସଫଙ୍କସନ ସିଣ୍ଡ୍ରୋମ ଯୋଗୁଁ ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୩୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୭ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts