କରୋନା ମ୍ୟାପ୍‌ରେ ଯୋଡ଼ି ହେଲା ଅନୁଗୋଳ ଜିଲ୍ଲା, ଏକାଥରକେ ୧୩ ଆକ୍ରାନ୍ତ ଚିହ୍ନଟ

Published By : Prameya-News7 Bureau | May 10, 2020 IST

ଭୁବନେଶ୍ବର ୧୦।୦୫: ରାଜ୍ୟରେ କରୋନାକୁ ଲାଗୁନି ବ୍ରେକ୍ । ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ରବିବାର ରାଜ୍ୟରେ ଆଉ ୫୮କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ରବିବାର ଚିହ୍ନଟ ହୋଇଥିବା ୫୮ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୨୯ ଜଣ, ଅନୁଗୋଳ ଜିଲ୍ଲାରୁ ୧୩ ଜଣ, ବାଲେଶ୍ବର ଜିଲ୍ଲାରୁ ୧୫ ଜଣ ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ରହିଛନ୍ତି ।

{"id":267477,"sizeSlug":"large"}

ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାର ଲାଗିଛି । ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ମାଡିଚାଲିଛି କରୋନା ଭାଇରସ । କରୋନା ମ୍ୟାପରେ ଆଜି ଯୋଡି ହୋଇଯାଇଛି ଅନୁଗୋଳ ଜିଲ୍ଲା । ଅନୁଗୋଳରେ ଗୋଟିଏ ଦିନରେ ୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

{"id":267478,"width":572,"height":1059,"sizeSlug":"large"}

ଆଜି ରାଜ୍ୟରେ ୫୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତମାନେ ୪ ଜିଲ୍ଲା ଯଥା ଗଞ୍ଜାମ, ବାଲେଶ୍ବର, ମୟୂରଭଞ୍ଜ ଏବଂ ଅନୁଗୋଳ ଜିଲ୍ଲାର ବୋଲି ଜଣାପଡିଛି । ଏହା ସହିତ ରାଜ୍ୟର ୨୦ ଜିଲ୍ଲାକୁ ବ୍ୟାପିଛି କରୋନା । ଚିହ୍ନଟ ହୋଇଥିବା ୫୮ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରେ ୨୯, ବାଲେଶ୍ବରରେ ୧୫, ଅନୁଗୋଳରେ ୧୩ ଏବଂ ମୟୂରଭଞ୍ଜ ଜିଲ୍ଲାରେ ଜଣେ ଆକ୍ରାନ୍ତ ଚିହ୍ନଟ । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.