Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ପାରିବାରିକ କଳହରୁ ଗୁଳିମାଡ ଓ ଭୁଜାଲିରେ ଆକ୍ରମଣ, ଜଣେ ମୃତ

4/11/2020 at 10:53 PM

ଅନୁଗୋଳ, ୦୪/୧୧:  ଅନୁଗୋଳ ମୂଷାପାପୁଲି ଗାଁ ନିକଟରେ ଗୁଳିମାଡ଼ ହୋଇଛି। ଏଥିରେ ଜଣ ଆହତ ହୋଇଛନ୍ତି । ଏହାସହ ଗୁଳିମାଡ ପରେ ଦୁର୍ବୃତ୍ତମାନେ ଭୁଜାଲିରେ ହାଣି ଜଣକୁ ହତ୍ୟା କରିଥିବା ସୂଚନା ମିଳିଛି। ତେବେ ଗୁଳିମାଡର କାରଣ ଅସ୍ପଷ୍ଟ ରହିଛି। ।

ସୂଚନା ଅନୁସାରେ, ରନ୍ତଲେଇ ଗାଁର ଦୁଇ ଭାଇ ଦୁଷ୍ମନ୍ତ ସେନାପତି ଏବଂ ଦୁଃଶାସନ ସେନାପତି ଛିଡା ହୋଇଥିବା ବେଳେ ଗୁଳିମାଡ ଓ ଭୁଜାଲିରେ ଆକ୍ରମଣ ହୋଇଥିଲା । ଦୁଷ୍ମନ୍ତଙ୍କୁ ଦୁର୍ବୃତ୍ତମାନେ ଭୁଜାଲିରେ ହାଣି ହତ୍ୟା କରିଥିଲେ। । ଦୁଃଶାସନ ମଧ୍ୟ ଗୁରୁତର ହୋଇଛନ୍ତି।

ଘରୋଇ କଳି ଏବଂ ଜାଗାବାଡି ବିବାଦକୁ ନେଇ ଏହି ଆକ୍ରମଣ ହୋଇଥିବା ସୂଚନା ମିଳିଛି । ଦୁଷ୍ମନ୍ତ ଓ ଦୁଃଶାସନର ଦାଦା ପୁଅ ଭାଇ ହିଁ  ଭୁଜାଲିରେ ହାଣିବା ସହ ଗୁଳିମାଡ କରିଥିବା କୁହାଯାଉଛି। ଆକ୍ରମଣ ପରେ ସେ ଫେରାର ହୋଇଯାଇଛି। ଅନଗୁଳ ପୋଲିସ ଏବେ ଘଟଣା ସ୍ଥଳରେ ପହଁଚି ମୃତଦେହ ଜବତ କରିଛି । ତେବେ ଆକ୍ରମଣକାରୀର ପରିଚୟ ଅସ୍ପଷ୍ଟ ରହିଛି । କିନ୍ତୁ ମେଡିକାଲରେ ଥିବା ଦୁଃଶାସନ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାକୁ କଟକ ସ୍ଥାନାନ୍ତରିତ କରାଯାଇଛି।

   Related Posts