Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ଭୁବନେଶ୍ବର ଲୋକସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ଅପରାଜିତା ଷଡଙ୍ଗୀ

4/04/2019 at 2:54 PM

ଖୋର୍ଦ୍ଧା ୪|୪: ଭୁବନେଶ୍ବର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ଦାଖଲ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆଜି ଅପରାଜିତା ନାମାଙ୍କନ ଦାଖଲ କରିଛନ୍ତି ।ଏହାକୁ ନେଇ ସମର୍ଥକଙ୍କ ମଧ୍ୟରେ ଦେଖିବାକୁ ମିଳିଥିଲା ନାହିଁନଥିବା ଉତ୍ସାହ ।

ସୂଚନାଯୋଗ୍ୟ ଯେ, ବିଜେପି ଅପରାଜିତାଙ୍କୁ ଭୁବନେଶ୍ବର ଲୋକସଭା ଆସନରୁ ପ୍ରାର୍ଥୀ କରିଛି । ବିଜେଡି ଦଳ ଅବସରପ୍ରାପ୍ତ ଆଇପିଏସ୍ ଅରୁପ ପଟ୍ଟନାୟକଙ୍କୁ ଦଳ ପ୍ରାର୍ଥୀ କରିଛି । ଫଳରେ ଭୁବନେଶ୍ବର ଲୋକସଭା ଆସନରେ ଆଇଏଏସ ଅପରାଜିତା ଓ ଆଇପିଏସ ଅରୁପ ପଟ୍ଟନାୟକଙ୍କ ମଧ୍ୟ ଫାଇଟ୍ ହେବ । 

   Related Posts