Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଦାୟିତ୍ୱ ନେଲେ ଅସିତ ତ୍ରିପାଠୀ

12/01/2021 at 10:55 AM

ଭୁବନେଶ୍ୱର ୧୨।୦୧: ଡବ୍ଲୁଓଡିସି (ପଶ୍ଚିମ ଓଡ଼ିଶା ବିକାଶ ପରିଷଦ )ର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ଦାୟିତ୍ୱ ଗ୍ରହଣ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏହାସହିତ ଶ୍ରୀ ତ୍ରିପାଠୀ ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଭାବେ ମଧ୍ୟ ଦାୟିତ୍ୱ ସମ୍ଭାଳିଛନ୍ତି ।

ସୂଚନାଯୋଗ୍ୟ ଯେ, ଗତ ୩୧ ଡିସେମ୍ବରରେ ମୁଖ୍ୟ ଶାସନ ସଚିବ ଅବସର ଗ୍ରହଣ କରିଥିଲେ ଅସିତ ତ୍ରିପାଠୀ । ତେବେ ଅବସର ପରେ ତାଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଏବଂ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଭାବେ ନୂଆ ନିଯୁକ୍ତି ଦିଆଯାଇଥିଲା । ଗତବର୍ଷ ମେ’ ୧୦ ତାରିଖରେ ବିଜେଡି ନେତା ସୁବାସ ଚୌହ୍ୱାନଙ୍କ ମୃତ୍ୟୁ ପରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଆସନ ଖାଲି ରହିଥିଲା ।

ରାଜୀବ ଭବନର ୬ଷ୍ଠ ମହଲାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ବୈଠକରେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । ୫-ଟି ମନ୍ତ୍ରକୁ ପ୍ରତ୍ୟେକ କାର୍ଯ୍ୟରେ ବିନିଯୋଗ କରିବା ସହ ପ୍ରତ୍ୟେକ ଯୋଜନାକୁ ତୃଣମୂଳ ସ୍ତରରେ ଅନୁଧ୍ୟାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଦକ୍ଷତା ବୃଦ୍ଧି ଉପରେ ଗୁରୁତ୍ୱ ଦେଇଛନ୍ତି ଶ୍ରୀ ତ୍ରିପାଠୀ

   Related Posts