Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ଆସ୍କା ସାଂସଦ ଲଡୁ କିଶୋର ସ୍ବାଇଁଙ୍କ ପରଲୋକ

6/02/2019 at 8:09 AM

ଭୁବନେଶ୍ବର ୬|୨: ଗଞ୍ଜାମ ଜିଲ୍ଲା ଆସ୍କା ସାଂସଦ ଲଡୁ କିଶୋର ସ୍ଵାଇଁଙ୍କ ଦେହାନ୍ତ ହୋଇଯାଇଛି । ଭୁବନେଶ୍ଵର ଆପୋଲ ହସ୍ପିଟାଲରେ ଗତକାଲି ରାତିରେ ତାଙ୍କର ପରଲୋକ ହୋଇଛି । ଗତକାଲି ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା । ଆଜି ତାଙ୍କ ମରଶରୀରକୁ କବିସୂର୍ଯ୍ୟନଗରର ପଥୁରା ଗାଁକୁ ନିଆଯାଇ ସେଠାରେ ଶେଷକୃତ୍ୟ ସମ୍ପନ୍ନ କରାଯିବା ବୋଲି ଜଣାପଡ଼ିଛି।

୧୯୪୭ ମସିହା ଜୁଲାଇ ୮ ତାରିଖରେ ଗଂଜାମ ଜିଲ୍ଲା ପଥରାରେ ଜନ୍ମଗ୍ରହଣ କରିଥିଲେ ଲଡ଼ୁ କିଶୋର ସ୍ବାଇଁ । ସେ ଖଲ୍ଲିକୋଟ କଲେଜରୁ ସ୍ନାତକ ଡିଗ୍ରୀ ହାସଲ କରିଥିଲେ । ୨୦୦୪ରେ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳିରୁ ସେ ବିଜେଡି ବିଧାୟକ ଭାବେ ବିଜୟୀ ହୋଇଥିଲେ । ସେ ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ବିଧାନସଭାର ସଦସ୍ୟ ଥିଲେ । ସେ ଗ୍ରାମୀଣ ବିକାଶ ଷ୍ଟାଣ୍ଡିଂ କମିଟିର ମଧ୍ୟ ସମସ୍ୟ ଥିଲେ । ୨୦୧୪ରେ ଆସ୍କା ନିର୍ବାଚନମଣ୍ଡଳୀରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି।

   Related Posts