Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ବିଷାକ୍ତ ମଦ ପିଇ ୯୨ମୃତ, ୧୦୦ ରୁ ଅଧିକ ଗୁରୁତର

23/02/2019 at 5:24 PM

ଗୁଆହାଟୀ ୨୩/୨ : ଆସାମର ଗୋଲାଘାଟ ଜିଲ୍ଲାର ଏକ ଚା’ ବଗିଚାରେ ବିଷାକ୍ତ ମଦ ପିଇ ୯୨ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇସାରିଲାଣି | ୧୦୦ ରୁ ଅଧିକ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି | ଆସାମର ସ୍ୱାସ୍ଥ୍ୟମନ୍ତ୍ରୀ ହେମନ୍ତ ଶର୍ମା ଆଜି ଏନେଇ ସୂଚନା ଦେଇଛନ୍ତି | ଏମାନେ ସାଲମିରା ଚା’ ବଗିଚାର କର୍ମଚାରୀ ବୋଲି ପୋଲିସ ସୂତ୍ରରୁ ଜଣାପଡିଛି | ଗୁରୁବାର ରାତିରେ ମଦ ପିଇବା ପରେ ଏମାନେ ଅସୁସ୍ଥ ହୋଇପଡିଥିଲେ |

ଅସୁସ୍ଥଙ୍କୁ ଜୋରହାଟ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା | ଡାକ୍ତର କହିଛନ୍ତି ଯେ, ଦେଶୀ ବିଷାକ୍ତ ମଦ ପିଇ ଶ୍ରମିକଙ୍କ ମୃତ୍ୟୁ ହୋଇଛି | ଏବେ ମଧ୍ୟ ଅନେକ ଶ୍ରମିକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି |


ଖୁମତଇର ବିଜେପି ବିଧାୟକ ମୃଣାଳ ସିକେୟା କହିଛନ୍ତି ଯେ, ଏ ସମସ୍ତ ଶ୍ରମିକ ଜଣେ ବିକ୍ରେତାଙ୍କ ଠାରୁ ମଦ କିଣିଥିବା ସନ୍ଦେହ କରାଯାଉଛି | ଏ ମାମଲାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସେ ଜିଲ୍ଲା ପ୍ରଶାସନକୁ ନିବେଦନ କରିଛନ୍ତି | କଂଗ୍ରେସ ବିଧାୟକ ରୂପଜ୍ୟୋତି କୁର୍ମି ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିବା ସହ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନେବାଲଙ୍କୁ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଯୋଗେଇ ଦେବା ପାଇଁ ଅପିଲ କରିଛନ୍ତି |


ଗୁରୁବାର ରାତିରୁ ମୃତକଙ୍କ ସଂଖ୍ୟା ବଢି ବଢି ଚାଲିଛି | ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ୧୪୨ ଶ୍ରମିକ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ସେ ପାଇଥିଲେ | ଏମାନଙ୍କ ମଧ୍ୟରେ ୩୬ ଜଣ ମହିଳା ଅଛନ୍ତି | ଗୁରୁବାର ରାତିରେ ହିଁ ୧୨ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ପାଇଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ |

   Related Posts