Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ବିଧାନସଭାରେ କରୋନା ସଂକ୍ରମଣ : ସଚିବ ଓ ତାଙ୍କ ଡ୍ରାଇଭର ପଜିଟିଭ୍ ଚିହ୍ନଟ

9/12/2021 at 10:36 AM

ଭୁବନେଶ୍ବର ୯।୧୨: ବିଧାନସଭାରେ ପସିଲା କରୋନା । ବିଧାନସଭା ସଚିବ ଦାଶରଥୀ ଶତପଥୀ କରୋନା ପଜିଟିଭ୍ ହୋଇଥିବା ଜଣାପଡିଛି । ସଚିବଙ୍କ ଡ୍ରାଇଭର ମଧ୍ୟ କରୋନା ପଜିଟିଭ୍ ହୋଇଥିବା ସୂଚନା ମିଳିଛି ।

ବୁଧବାର ବିଧାନସଭାର ଜଣେ କର୍ମଚାରୀ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିଲେ । ବିଧାନସଭା ସଚିବଙ୍କ ପିଏସ୍ ଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା । ବିଧାନସଭା ସଚିବଙ୍କ ପିଏସ୍ ଥଣ୍ଡାରେ ଆକ୍ରାନ୍ତ ହେବା ପରେ ତାଙ୍କର ଆରଟିପିସିଆର ଟେଷ୍ଟ କରାଯାଇଥିଲା ।  ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା । ତାଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ କର୍ମଚାରୀଙ୍କ କୋଭିଡ୍‌ ଟେଷ୍ଟ କରାଯାଇଥିଲା ।  ପରେ ବିଧାନସଭା ସଚିବ ଏବଂ ତାଙ୍କ ଡ୍ରାଇଭରଙ୍କ ରିପୋର୍ଟ ପଜିଟିଭ୍ ଆସିଛି ।

ସୂଚନାଯୋଗ୍ୟ ଯେ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୯୫୫ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫ ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୪ ଜଣ ରହିଛନ୍ତି ।

   Related Posts