Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ପୁରୀ ମହୋଦଧିରେ ବିସର୍ଜନ ହେବ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଅସ୍ଥି କଳସ

23/08/2018 at 4:39 AM

ପୁରୀ ୨୩/୮ : ପୁରୀ ମହୋଦଧିରେ ବିସର୍ଜନ ହେବ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଅସ୍ଥି କଳସ । ରାଜ୍ୟ ବିଜେପି କାର୍ଯ୍ୟାଳୟରୁ କଳସ ଶୋଭାଯାତ୍ରା ବାହାରିଛି । ଏହି ଶୋଭାଯାତ୍ରା ବିଜେପି କାର୍ଯ୍ୟାଳୟରୁ ବାହାରି ଉତ୍ତରା, ପିପିଲି , ଅଠର ନଳା ଦେଇ ପୁରୀ ମହୋଦଧିକୁ ନିଆଯିବ । ଏଥିରେ କେନ୍ଦ୍ରମନ୍ତ୍ରୀ, ବିଜେପିର ନେତା ଓ କର୍ମୀ ସାମିଲ ହୋଇଛନ୍ତି । ରାସ୍ତାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଲୋକମାନେ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି । ବିଭିନ୍ନ ସ୍ଥାନରେ ଚିତାଭସ୍ମ ଉପରେ ଲୋକେ ପୁଷ୍ପ ବୃଷ୍ଟି କରୁଛନ୍ତି । ଆସନ୍ତାକାଲି ଅଟଳଙ୍କ ଉଦ୍ଦେଶ୍ୟରେ ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଏକ ସର୍ବଦଳୀୟ ସଭା ଅନୁଷ୍ଠିତ ହେବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯାଇଥିବା ବେଳେ ବିରୋଧୀ ଦଳ ନେତା ଓ ଅନ୍ୟ ମନ୍ତ୍ରୀ, ବିଧାୟକ ଓ ସାଂସଦମାନଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି । ବାଜପେୟୀଙ୍କ ଚିତାଭସ୍ମ ପ୍ରଥମେ ହରିଦ୍ବାରର ବ୍ରହ୍ମକୁଣ୍ଡରେ ବିସର୍ଜନ କରାଯାଇଛି । ଚିତାଭସ୍ମକୁ ଦେଶର ପ୍ରାୟ ୧୦୦ ଟି ପ୍ରମୁଖ ନଦୀରେ ବିସର୍ଜନ କରାଯିବ ।

   Related Posts